Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:16 - ପବିତ୍ର ବାଇବଲ (Re-edited) - (BSI)

16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।

Gade chapit la Kopi




ଯିରିମୀୟ 7:16
14 Referans Kwoze  

ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ଵର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ଵର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ଆମ୍ଭର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ଵଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ତ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।


ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।


ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ମହତୀ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।


ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ।


ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?


ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ।


ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ ।


Swiv nou:

Piblisite


Piblisite