Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ଵାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ଵାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, “ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ। “‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 7:2
38 Referans Kwoze  

ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ।


ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ :


ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ-ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।


ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ଼୍‍ଗ ଦ୍ଵାରା ମରିବ ନାହିଁ;


ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;


ହେ ଇସ୍ରାଏଲ-ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ପୁଣି ମୀଖାୟ କହିଲା, ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ।


ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ।


ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ଵନ୍ଧୀୟ ସମସ୍ତ କଥା କୁହ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।


ଯାହାର କାନ ଅଛି, ସେ ଶୁଣୁ।


ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?


ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;


ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।


ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ତାହାଙ୍କ ଆତ୍ମାରେ ସେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।


ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ,


Swiv nou:

Piblisite


Piblisite