Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:21 - ପବିତ୍ର ବାଇବଲ (Re-edited) - (BSI)

21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।

Gade chapit la Kopi

ଓଡିଆ ବାଇବେଲ

21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।

Gade chapit la Kopi

ପବିତ୍ର ବାଇବଲ

21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର।

Gade chapit la Kopi




ଯିରିମୀୟ 7:21
9 Referans Kwoze  

ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି। ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା।


ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସୁଦ୍ଧା ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।


ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।


Swiv nou:

Piblisite


Piblisite