Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:27 - ପବିତ୍ର ବାଇବଲ (Re-edited) - (BSI)

27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ।

Gade chapit la Kopi




ଯିରିମୀୟ 7:27
11 Referans Kwoze  

ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ,


ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


ମାତ୍ର ସଦାପ୍ରଭୁ ମୋତେ କହିଲେ, ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍‍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।


ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକି ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।


Swiv nou:

Piblisite


Piblisite