Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:29 - ପବିତ୍ର ବାଇବଲ (Re-edited) - (BSI)

29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ

29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି।

Gade chapit la Kopi




ଯିରିମୀୟ 7:29
27 Referans Kwoze  

ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;


ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।


ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।


ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ;


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ଵାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷାପ୍ରାପ୍ତ ହେଉନ୍ତୁ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ।


ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ।


କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।


ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,


କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।


ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।


ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ ।


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟ; କ୍ରୁଦ୍ଧ ହୋଇଅଛ।


ହେ ଇସ୍ରାଏଲବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


Swiv nou:

Piblisite


Piblisite