Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:34 - ପବିତ୍ର ବାଇବଲ (Re-edited) - (BSI)

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ।

Gade chapit la Kopi

ଓଡିଆ ବାଇବେଲ

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।

Gade chapit la Kopi

ପବିତ୍ର ବାଇବଲ

34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”

Gade chapit la Kopi




ଯିରିମୀୟ 7:34
23 Referans Kwoze  

ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ରହିତ କରିବା।


ପୁଣି, ଆମ୍ଭେ ତୁମ୍ଭର ଗାୟନ ଶଦ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ଵନି ଆଉ ଶୁଣାଯିବ ନାହିଁ।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରର ରବ ଓ କନ୍ୟାର ରବ, ଚକିର ଶଦ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।


ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ଵରୂପେ ଦେଶ ଧ୍ଵଂସସ୍ଥାନ ହେବ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ସମୁଦାୟ ଦେଶ ଧ୍ଵଂସସ୍ଥାନ ହେବ; ତଥାପି ଆମ୍ଭେ ନିଃଶେଷ ରୂପେ ନାଶ କରିବା ନାହିଁ।


ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ଧ୍ଵଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ, ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ଵଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ


ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।


କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା।


ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?


ଏହେତୁ ଆମ୍ଭର ପ୍ରଚଣ୍ତ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ଵଳିତ ହେଲା, ପୁଣି ଆଜିର ନ୍ୟାୟ ସେସବୁ ଉତ୍ସନ୍ନ ଓ ଧ୍ଵଂସିତ ହୋଇଅଛି।


ପ୍ରାଚୀନମାନେ ନଗରଦ୍ଵାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।


ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ।


ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ତ କ୍ରୋଧ ସମ୍ମୁଖରେ ଉର୍ବରାକ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।


ଆନନ୍ଦଧ୍ଵନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା।


ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକାରଣ୍ୟ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ଵଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେସମୟରେ ସେ କର୍ଣ୍ଣକୁଣ୍ତଳ ଓ ଅଳଙ୍କାରାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite