Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:10 - ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା। କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ ସମସ୍ତେ ମିଥ୍ୟାଚରଣ କରନ୍ତି।

Gade chapit la Kopi




ଯିରିମୀୟ 8:10
28 Referans Kwoze  

ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।


ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ପ୍ରମାଣ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ଵାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ଵାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ଵାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,


ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍-ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।


ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା ।


ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ଼୍‍ଗହତ ଲୋକ ! ପୁଣି, ଆମ୍ଭେ ଯେବେ ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।


ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,


ସେଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦିଅନ୍ତି।


କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ ଓ ମନ୍ତ୍ର ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।


Swiv nou:

Piblisite


Piblisite