Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:2 - ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

2 ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।

Gade chapit la Kopi




ଯିରିମୀୟ 8:2
32 Referans Kwoze  

ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗବର୍ତ୍ତୀ ସ୍ଥାନସବୁରେ ଧୂପ ଜ୍ଵଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ସମସ୍ତ ବାହିନୀର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ, ସେସବୁକୁ ସେ ରହିତ କଲେ।


କିନ୍ତୁ ଈଶ୍ଵର ବିମୁଖ ହୋଇ ସେମାନଙ୍କୁ ଆକାଶ-ବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ, ତୁମ୍ଭେମାନେ କʼଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ଵ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବଙ୍କ।


ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକି ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;


ଅନନ୍ତର ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ଵାର ନିକଟରେ, ବରଣ୍ତା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବଦିଗ ଆଡ଼େ ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ଆଡ଼େ ସୂର୍ଯ୍ୟକୁ ପ୍ରଣାମ କଲେ।


ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।


ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ।


ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ଵରୂପ ହେଲେ।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ।


ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।


ଯେବେ କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯେବେ ସୁଖରେ ତୃପ୍ତ ନ ହୁଏ, ଆହୁରି ଯେବେ ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ତାହାଠାରୁ ବରଞ୍ଚ ଗର୍ଭସ୍ରାବ ଭଲ;


ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।


ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତୀ ନିର୍ମାଣ କଲେ, ଆଉ ଆକାଶୀୟ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।


ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକି ପୂଜା କରିଥାଏ;


ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ଵଦ୍ଵାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦା କାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ନୋହିବ।


ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।


ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କି ସଞ୍ଚିତ ହେବ ନାହିଁ ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।


ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର;


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ।


କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ;


ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ; ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ,ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ନୋହିବେ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।


ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି।


Swiv nou:

Piblisite


Piblisite