Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:15 - ପବିତ୍ର ବାଇବଲ (Re-edited) - (BSI)

15 ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।

Gade chapit la Kopi

ଓଡିଆ ବାଇବେଲ

15 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।

Gade chapit la Kopi




ଯିରିମୀୟ 9:15
19 Referans Kwoze  

ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।


ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍-ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍-ବକ୍ତାଗଣଠାରୁ ଦେଶଯାକରେ ପାଷାଣ୍ତତା ବ୍ୟାପି ଅଛି।


ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।


ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ଵରୂପ।


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋତେ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?


ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।


ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।


ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।


ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନୋହିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ପୁଣି, ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ତ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା।


Swiv nou:

Piblisite


Piblisite