Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:18 - ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

18 ସେମାନେ କହନ୍ତି, ‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’

Gade chapit la Kopi




ଯିରିମୀୟ 9:18
19 Referans Kwoze  

ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶା; ନ ହେଉ।


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗଣ୍ତଦେଶରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ମାତ୍ର ଯେବେ ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବହାଇବ।


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର ; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ଆଉ, ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।


ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।


ଏହେତୁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର ସଦାପ୍ରଭୁ ଏହି କଥା କହନ୍ତି; ଛକ-ସ୍ଥାନସକଳରେ ହାହାକାର ଶଦ୍ଦ ହେବ ଓ ରାଜଦାଣ୍ତସକଳରେ ଲୋକମାନେ ହାୟ ! ହାୟ ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।


ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି।


ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ଵୁ, ଏକ ନିମିଷ ମଧ୍ୟରେ ମୋହର ଯବନିକାସବୁ ଉଚ୍ଛିନ୍ନ ହେଲା।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭ ନିକଟରେ କେଉଁ ସାକ୍ଷ୍ୟ ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ଵନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?


Swiv nou:

Piblisite


Piblisite