Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:2 - ପବିତ୍ର ବାଇବଲ (Re-edited) - (BSI)

2 ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ।

Gade chapit la Kopi

ଓଡିଆ ବାଇବେଲ

2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।

Gade chapit la Kopi

ପବିତ୍ର ବାଇବଲ

2 ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ଦୂରେଇ ଯାଇ ପାରନ୍ତି। କାରଣ ସେମାନେ ସମସ୍ତେ ବ୍ୟଭିଗ୍ଭରୀ ଓ ପରମେଶ୍ୱରଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।

Gade chapit la Kopi




ଯିରିମୀୟ 9:2
24 Referans Kwoze  

କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ।


ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ସେସମସ୍ତେ ପାରଦାରିକ; ସେମାନେ ରୁଟୀ ପ୍ରସ୍ତୁତକାରୀ ଦ୍ଵାରା ଉତ୍ତପ୍ତ ତନ୍ଦୁର ସ୍ଵରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ଉସ୍କାଇବାରୁ ନିବୃତ୍ତ ହୁଏ।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ?


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ଯିହୁଦା ବିଶ୍ଵାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଏ; କାରଣ ସଦାପ୍ରଭୁଙ୍କର ପ୍ରିୟ ଯେଉଁ ପବିତ୍ରତା, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।


ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ଵାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି।


ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।


ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି।


ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ।


ତଥାପି ତୁମ୍ଭେମାନେ କହୁଅଛ, ଏଥିର କାରଣ କଅଣ? କାରଣ ଏହି, ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ଵାସଘାତକତା କରିଅଛ।


ପୁଣି ସେହି କାଳର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଜ୍ଞାତ ନୋହିଲେ, କି ଇସ୍ରାଏଲ ପକ୍ଷରେ ତାହାଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ପଟୁ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା ।


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି।


Swiv nou:

Piblisite


Piblisite