Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:7 - ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?

Gade chapit la Kopi

ଓଡିଆ ବାଇବେଲ

7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା?

Gade chapit la Kopi




ଯିରିମୀୟ 9:7
22 Referans Kwoze  

ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;


ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣକୁ ପରିଷ୍କାର କରିବେ ଓ ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାରେ ନୈବେଦ୍ୟ ଉତ୍ସର୍ଗ କରିବେ।


ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ।


ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦ-ଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ଆପଣା ଦୂତଗଣ ଦ୍ଵାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;


ଏଥିରେ ଅବଶାଲୋମ କହିଲା, ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦେଉନ୍ତୁ। ତେବେ ରାଜା ତାହାକୁ କହିଲେ, ସେ କାହିଁକି ତୁମ୍ଭ ସଙ୍ଗେ ଯିବ?


ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।


ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।


ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର।


କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ।


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା ।


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


Swiv nou:

Piblisite


Piblisite