Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:8 - ପବିତ୍ର ବାଇବଲ (Re-edited) - (BSI)

8 ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ବାଣସ୍ୱରୂପ। ତାହା କେବଳ ମିଥ୍ୟା ଓ ପ୍ରବଞ୍ଚନାର କଥା କହେ। ସେମାନେ ମୁହଁରେ ପ୍ରତିବାସୀ ସହିତ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରରେ ସେମାନଙ୍କୁ ବିନାଶ କରିବାକୁ ଯୋଜନା କରନ୍ତି।”

Gade chapit la Kopi




ଯିରିମୀୟ 9:8
21 Referans Kwoze  

ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ , ଏହା ସଦାପ୍ରଭୁ କହନ୍ତି।


ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?


ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ଵିଧାଚିତ୍ତରେ କଥା କହନ୍ତି।


ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗର-ଦ୍ଵାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ହେତୁରୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।


ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ;


ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।


ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା ଓ ଖଡ଼୍‍ଗ ଓ ତୀକ୍ଷ୍ଣ ତୀର ସ୍ଵରୂପ;


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ।


ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ।


ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ;


ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


Swiv nou:

Piblisite


Piblisite