Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୋଶୂୟ ଅୟକୁ ହସ୍ତଗତ କରି ବର୍ଜିତ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବିୟୋନ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।

Gade chapit la Kopi




ଯିହୋଶୂୟ 10:1
10 Referans Kwoze  

ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ଵରଙ୍କ ଯାଜକ ଥିଲେ। ସେ, ଅବ୍ରହାମ ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;


ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ଼୍‍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ;


ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।


ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା,


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ,


Swiv nou:

Piblisite


Piblisite