Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:2 - ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜଗଣ ନିକଟକୁ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,

Gade chapit la Kopi

ପବିତ୍ର ବାଇବଲ

2 ପୁଣି ଉତ୍ତର ପାର୍ବତୀୟ ଦେଶର ରାଜାଗଣଙ୍କୁ ଆରବଙ୍କୁ, ଗାଲିଲୀହ୍ରଦର ଦକ୍ଷିଣକୁ, ପଶ୍ଚିମସ୍ଥ ପାର୍ବତୀୟ ମାଳଭୂମିକୁ ଓ ପଶ୍ଚିମରେ ଦଫୋନ ଦୋରଙ୍କୁ।

Gade chapit la Kopi




ଯିହୋଶୂୟ 11:2
14 Referans Kwoze  

ଆଉ ମନଃଶି, ବୈଥ୍ସାନ୍ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ ।


ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ଵ କଲେ।


ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ।


ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ଶଲୋମନଙ୍କର କନ୍ୟା ଟାଫତ୍ ତାହାର ଭାର୍ଯ୍ୟା ଥିଲା।


ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍ଗଲ୍ସ୍ଥ ଗୋୟିମର ରାଜା, ଏକ;


ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୁଦା ପ୍ରଦେଶର ଗୋଟିଏ ନଗରକୁଶୀଘ୍ର ଗମନ କଲେ,


ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।


ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ନିଃଶ୍ଵାସ-ପ୍ରଶ୍ଵାସଧାରୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଏଥିରେ ଗିବିୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସ-ମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।


ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;


ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍ ଓ ଦାନ୍ ଓ ଆବେଲ୍-ବୈଥ୍-ମାଖା ଓ ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।


Swiv nou:

Piblisite


Piblisite