Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:1 - ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।

Gade chapit la Kopi

ପବିତ୍ର ବାଇବଲ

1 ଯର୍ଦ୍ଦନର ପୂର୍ବପାର୍ଶ୍ୱସ୍ଥ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନେ ନିଜ ଅଧୀନକୁ ଆଣିଲେ। ଅର୍ଣ୍ଣୋନ୍ ପର୍ବତଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।

Gade chapit la Kopi




ଯିହୋଶୂୟ 12:1
24 Referans Kwoze  

ଏଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ୍ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନ୍ର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା।


ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବାଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।


ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା।


ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ।


ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତୁମ୍ଵୁକୁ ଫେରିଯାଅ।


ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।


ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟ-ମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।


ଅର୍ଥାତ୍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,


ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ।


ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।


ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣତୁମ୍ଭ ନାମରେ ଆନନ୍ଦ କରନ୍ତି,


ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;


ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ; ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ଵତ୍ଵ ରହିବ।


ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।


ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ।


ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍ର,


ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।


Swiv nou:

Piblisite


Piblisite