Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:3 - ପବିତ୍ର ବାଇବଲ (Re-edited) - (BSI)

3 ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;

Gade chapit la Kopi

ଓଡିଆ ବାଇବେଲ

3 ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;

Gade chapit la Kopi

ପବିତ୍ର ବାଇବଲ

3 ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ।

Gade chapit la Kopi




ଯିହୋଶୂୟ 13:3
18 Referans Kwoze  

ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।


ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ଵର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।


ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।


କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।


ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ।


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।


ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ସବ କଲେ।


ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା।


ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କି ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ନେଇଗଲେ।


ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ଵରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।


ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।


Swiv nou:

Piblisite


Piblisite