Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ନୂନର ପୁତ୍ର ଯିହୋଶୂୟ ଶିଟିମଠାରୁ ଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ବସା କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।

Gade chapit la Kopi

ପବିତ୍ର ବାଇବଲ

1 ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।

Gade chapit la Kopi




ଯିହୋଶୂୟ 2:1
23 Referans Kwoze  

ବିଶ୍ଵାସ ଦ୍ଵାରା ରାହାବ ବେଶ୍ୟା ଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।


ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ?


ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟାଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୟଙ୍କୁ ଜନ୍ମ ଦେଲେ,


ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।


କାରଣ ତୁମ୍ଭେମାନେ ନିଶ୍ଚୟରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ- ସେ ତ ଦେବ ପୂଜକ- ଏମାନଙ୍କର ଖ୍ରୀଷ୍ଟ ଓ ଈଶ୍ଵରଙ୍କର ରାଜ୍ୟରେ ଅଧିକାର ନାହିଁ।


ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।


ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।


ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।


ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।


ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।


ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ତ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।


ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏସ୍ଥାନକୁ ଆସିଅଛନ୍ତି।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ଵପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, ତୁମ୍ଭେମାନେ ଚରଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।


ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକି ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚର ଅଟ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେତେବେଳେ ଯୋଷେଫ-ବଂଶ ବୈଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ଥିଲା।


Swiv nou:

Piblisite


Piblisite