Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:10 - ପବିତ୍ର ବାଇବଲ (Re-edited) - (BSI)

10 କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସମୁଦ୍ରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ୍ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ବର୍ଜିତ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;

Gade chapit la Kopi

ଓଡିଆ ବାଇବେଲ

10 କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେମାନେ ଭୟ କରୁଅଛୁ କାରଣ ଆମ୍ଭେ ଶୁଣିଛୁ ସଦାପ୍ରଭୁ କିପରି ଭାବରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛନ୍ତି। ଆମ୍ଭେ ଜାଣୁ ତୁମ୍ଭେ ମିଶରରୁ ବାହାରି ଆସିବା ବାଟରେ ସେ କିପରି ଲୋହିତ ସାଗରକୁ ଶୁଖାଇ ଦେଲେ। ଆମ୍ଭେ ଆହୁରି ଜାଣୁ ତୁମ୍ଭେ କିପରି ଯର୍ଦ୍ଦନ ପୂର୍ବ ପାରିସ୍ଥ ସୀହୋନ ଓ ଓଗ୍ ନାମକ ଦୁଇଜଣ ଇମୋରୀୟ ରାଜାଙ୍କୁ ବିନାଶ କରିଅଛ।

Gade chapit la Kopi




ଯିହୋଶୂୟ 2:10
13 Referans Kwoze  

ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।


ପରମେଶ୍ଵର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ତୁଲ୍ୟ ସେମାନଙ୍କର ବଳ।


(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ସର୍ବଦା ଭୟ କରି ପାରିବେ।


ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ଵାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, ଆମ୍ଭମାନଙ୍କ ପ୍ରତି ଯେସମସ୍ତ କ୍ଳେଶ ଘଟିଅଛି,


ପରମେଶ୍ଵର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ଵାରା ସେମାନଙ୍କୁ ଭେଦ କରିବ।


ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ଆଉ ତୁମ୍ଭର ଖଡ଼୍‍ଗ କି ତୁମ୍ଭର ଧନୁ ଦ୍ଵାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟ-ମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।


Swiv nou:

Piblisite


Piblisite