Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:11 - ପବିତ୍ର ବାଇବଲ (Re-edited) - (BSI)

11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି।

Gade chapit la Kopi




ଯିହୋଶୂୟ 2:11
27 Referans Kwoze  

ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ଵସ୍ଥ ସ୍ଵର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି, ଅନ୍ୟ କେହି ନାହିଁ।


ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;


ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ଵାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।


ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜଗଣ ତୁମ୍ଭ ମହିମାକୁ ଭୟ କରିବେ।


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ତହିଁରେ ସଦାପ୍ରଭୁ ଯେ ପରମେଶ୍ଵର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।


ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,


ସେ ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେସମସ୍ତଙ୍କର ମୁଖ ମଳିନ ହୋଇଅଛି।


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି।


ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।


ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।


ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରା; କରିଅଛି।


ସେତେବେଳେ ଇଦୋମର ରାଜଗଣବିହ୍ଵଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି ; କିଣାନନିବାସୀ ସମସ୍ତେ ତରଳି ଯାଇଅଛନ୍ତି।


ଏଉତ୍ତାରେ ସେ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ସେ କହିଲା, ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ଵରଙ୍କ ଛଡ଼ା ସମୁଦାୟ ପୃଥିବୀରେ ପରମେଶ୍ଵର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।


ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।


ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ବିସ୍ତର ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ଵାର ବିରୁଦ୍ଧରେ ଖଡ଼୍‍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।


ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ ଓ ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ଵୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେଭ।


Swiv nou:

Piblisite


Piblisite