Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:12 - ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।

Gade chapit la Kopi

ଓଡିଆ ବାଇବେଲ

12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।

Gade chapit la Kopi

ପବିତ୍ର ବାଇବଲ

12 ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ।

Gade chapit la Kopi




ଯିହୋଶୂୟ 2:12
24 Referans Kwoze  

ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ,।


ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ଵାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।


ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ଵନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।


ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭ ଲୋକମାନଙ୍କର ଆଚରଣ ଯନିପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକ-ମାନଙ୍କ ମଧ୍ୟରେ ସ୍ଥାପିତ ହେବେ।


ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ଵମାନଙ୍କ ବିନାଶ ଦେଖି କିରୂପେ ସହି ପାରିବି।


ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ଵରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।


ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।


ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ଵରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ତ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।


ମୁଁ ସ୍ଵର୍ଗ ମର୍ତ୍ତ୍ୟର ସଦାପ୍ରଭୁ ପରମେଶ୍ଵରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;


ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ।


ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


ତହିଁରେ ଯେକେହି ତୁମ୍ଭ ଗୃହ-ଦ୍ଵାରରୁ ବାହାରି ଦାଣ୍ତକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯେବେ କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।


ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକି ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।


ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶିବାର ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ସଦୟ ବ୍ୟବହାର କରିବା।


Swiv nou:

Piblisite


Piblisite