Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:9 - ପବିତ୍ର ବାଇବଲ (Re-edited) - (BSI)

9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।

Gade chapit la Kopi




ଯିହୋଶୂୟ 2:9
39 Referans Kwoze  

ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ଅଦ୍ୟାବଧି ଆମ୍ଭେ ସମସ୍ତ ଆକାଶମଣ୍ତଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ଵାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।


ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।


ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।


ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;


ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି।


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ଵରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


ନିଜ ସମ୍ପତ୍ତିକି ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?


ସେ ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେସମସ୍ତଙ୍କର ମୁଖ ମଳିନ ହୋଇଅଛି।


ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ-ଶଦ୍ଦ ଓ ଅଶ୍ଵ-ଶଦ୍ଦ, ଅର୍ଥାତ୍, ମହାସୈନ୍ୟ-ଶଦ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।


ଏଉତ୍ତାରେ ସେ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ସେ କହିଲା, ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ଵରଙ୍କ ଛଡ଼ା ସମୁଦାୟ ପୃଥିବୀରେ ପରମେଶ୍ଵର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।


ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତା; ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।


ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍‍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ଵର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।


ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ତ୍ରାସ ଉପସ୍ଥିତ କରାଇବେ।


ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।)


ବିଶ୍ଵାସ ଦ୍ଵାରା ରାହାବ ବେଶ୍ୟା ଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।


ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ଵାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, ଆମ୍ଭମାନଙ୍କ ପ୍ରତି ଯେସମସ୍ତ କ୍ଳେଶ ଘଟିଅଛି,


ହାରୋଣ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେବ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।


ଆଉ ଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,


ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।


ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି,


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ।


ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ ଓ ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ଵୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେଭ।


Swiv nou:

Piblisite


Piblisite