Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମ୍‍ରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।

Gade chapit la Kopi

ପବିତ୍ର ବାଇବଲ

1 ପ୍ରତ୍ୟୁଷରୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନେ ଆକାସିଆ ସହର ପରିତ୍ୟାଗ କରି ଯର୍ଦ୍ଦନ ନଦୀ କୂଳକୁ ଯାତ୍ରା କଲେ। ସେମାନେ ନଦୀ ପାର ହୋଇଯିବା ପର୍ଯ୍ୟନ୍ତ ସେହି ନଦୀ କୂଳରେ ଛାଉଣି କଲେ।

Gade chapit la Kopi




ଯିହୋଶୂୟ 3:1
16 Referans Kwoze  

ଅନନ୍ତର ନୂନର ପୁତ୍ର ଯିହୋଶୂୟ ଶିଟିମଠାରୁ ଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ବସା କଲେ।


ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।


ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣକୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯେବେ ତୁମ୍ଭେମାନେ ମନୋଯୋଗ ନ କରିବ;


ଆମୋନର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ।


ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।


ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ଵରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।


ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।


ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।


ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।


ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।


ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।


ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।


Swiv nou:

Piblisite


Piblisite