Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:6 - ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଉଠାଅ ଏବଂ ଲୋକମାନଙ୍କର ସମ୍ମୁଖରେ ନଦୀ ମଧ୍ୟରେ ଏହା ବହି ନିଅ।” ତେଣୁ ଯାଜକମାନେ ନିୟମ-ସିନ୍ଦୁକ ବହନ କରି ଲୋକମାନଙ୍କର ଆଗେ ଆଗେ ଗ୍ଭଲିଲେ।

Gade chapit la Kopi




ଯିହୋଶୂୟ 3:6
11 Referans Kwoze  

ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ଵାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ଵାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ବର୍ତ୍ତମାନ ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,


ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନ; କାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।


ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।


ପୁଣି ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।


ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହନ୍ତୁ।


Swiv nou:

Piblisite


Piblisite