Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:7 - ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି।

Gade chapit la Kopi




ଯିହୋଶୂୟ 3:7
13 Referans Kwoze  

ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।


ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣିଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।


ମୁନଷ୍ୟ କିଏ ଯେ, ତୁମ୍ଭେ ତାହାକୁ ମହାନ ଜ୍ଞାନ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,


ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ ।


ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି,


ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି।


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସଙ୍ଗୀ ହେବେ।


Swiv nou:

Piblisite


Piblisite