Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:8 - ପବିତ୍ର ବାଇବଲ (Re-edited) - (BSI)

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।

Gade chapit la Kopi

ଓଡିଆ ବାଇବେଲ

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”

Gade chapit la Kopi

ପବିତ୍ର ବାଇବଲ

8 ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”

Gade chapit la Kopi




ଯିହୋଶୂୟ 3:8
20 Referans Kwoze  

ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।


ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।


ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ଵାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ଵର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ଵାନୁସାରେ ମୋତେ ରକ୍ଷା କର।


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ଵରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ। ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।


ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।


ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନ; କାଳଯାଏ ଆଉ କେବେ ଦେଖିବ ନାହିଁ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।


ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ।


ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି। ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ଏଥିରେ ସେ ଦୁହେଁ ଅଗ୍ରସର ହେଲେ।


ଏହିରୂପେ ସମସ୍ତ ଲୋକ ନିଃଶେଷ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।


Swiv nou:

Piblisite


Piblisite