Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:2 - ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି।

Gade chapit la Kopi




ଯିହୋଶୂୟ 6:2
20 Referans Kwoze  

ଆଉ ସେ ସେମାନଙ୍କ ରାଜଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ତଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ଯାଏ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।


ଅନନ୍ତର ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।


ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।


ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକି ସେମାନଙ୍କ ହସ୍ତରେ ସମର୍ପଣ କଲ।


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି।


ଆଉ, ସେ କାଳ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜଗଣକୁ ପଦଚ୍ୟୁତ କରନ୍ତି ଓ ରାଜଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତିୁ;


ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।


ପୁଣି, ସେହି ରାଜଗଣର ସମୟରେ ସ୍ଵର୍ଗସ୍ଥ ପରମେଶ୍ଵର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ତ ଖଣ୍ତ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲା ନାହିଁ ଓ କେହି ଭିତରକୁ ଆସିଲା ନାହିଁ ) ଯିହୋ.୨:୧


ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।


ଯିରୀହୋର ରାଜା, ଏକ; ବୈଥେଲର ନିକଟସ୍ଥ ଅୟର ରାଜା ଏକ;


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;


Swiv nou:

Piblisite


Piblisite