Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:6 - ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।

Gade chapit la Kopi

ପବିତ୍ର ବାଇବଲ

6 ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।

Gade chapit la Kopi




ଯିହୋଶୂୟ 7:6
30 Referans Kwoze  

ଅନନ୍ତର ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ-ଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକି ଆପଣା ଆପଣା ମସ୍ତକ ନୁଆଁଉ-ଅଛନ୍ତି।


ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ଵ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।


ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;


ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ଵାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ଵଂସ ହୋଇଗଲା।


କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ଵରରେ କହିବାକୁ ଲାଗିଲେ,


ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।


ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;


ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲା ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ଵରରେ ରୋଦନ କଲା।


ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ଵରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ରାତ୍ରିଯାକ ଭୂମିରେ ପଡ଼ି ରହିଲେ।


ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ଼୍‍ଗରେ ପତିତ ହେବାରୁ ସେମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ।


ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।


ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ।


ତେବେ ସମସ୍ତ ଇସ୍ରାଏଲ-ସନ୍ତାନ ଓ ସମସ୍ତ ଲୋକ ଉଠି ବୈଥେଲକୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ପୁଣି ଇସ୍ରାଏଲ-ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ।


ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?


ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!


ଏଥିରେ ଦାଉଦ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ତଦ୍ରୂପ କଲେ;


ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।


ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।


ତୃତୀୟ ଦିନରେ ଏପରି ହେଲା ଯେ, ଦେଖ, ଶାଉଲଙ୍କ ନିକଟରୁ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।


ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।


ସେହି ମାସର ଚତୁର୍ବିଂଶ ଦିନରେ ଇସ୍ରାଏଲ-ସନ୍ତାନଗଣ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ଉପରେ ମାଟି ଦେଇ ଏକତ୍ରିତ ହେଲେ।


ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


Swiv nou:

Piblisite


Piblisite