Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 1:3 - ପବିତ୍ର ବାଇବଲ (Re-edited) - (BSI)

3 ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ।

Gade chapit la Kopi

ଓଡିଆ ବାଇବେଲ

3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

3 “ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 1:3
79 Referans Kwoze  

ଯେବେ ତହିଁରେ କୌଣସି ଖୁଣ ଥାଏ, ସେ ଯେବେ ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ଵାରା ଆପଣାକୁ ନିଖୁନ୍ତ ବଳି ସ୍ଵରୂପେ ଈଶ୍ଵରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ଵରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଯେପରି ମଣ୍ତଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁ; କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ଘୃଣିତ ବସ୍ତୁ।


କାରଣ ଏହିପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି ଆକାଶମଣ୍ତଳ ଉପରେ ଉଚ୍ଚୀକୃତ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ଵାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।


ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ। ତହୁଁ ଦୁହେଁ ଏକତ୍ର ଚାଲିଗଲେ।


ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ।


ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।


ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।


ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।


ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।


ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।


ମୁଁ ଦ୍ଵାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ସଦାପ୍ରଭୁ କହନ୍ତି, ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କି ମେଷ କି ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।


ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।


ପୁଣି ତୁମ୍ଭେ ମେଷକୁ ଗୋଟାଯାକ ବେଦି ଉପରେ ଦଗ୍ଧ କରିବନ୍ତତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।


ସେତେବେଳେ ସେ କହିଲେ, ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ଵିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।


ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ଵାର।


ପରମେଶ୍ଵର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ଵୁଦ୍ଵାରକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂଛାଗ ଉପହାର ଆଣିବ।


ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେ କେହି ସ୍ଵଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ଵର୍ଣ୍ଣ ଓ ରୌପ୍ୟ ଓ ପିତ୍ତଳ,


ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁ-ଦ୍ଵାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।


ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।


ଆଉ, ସେ ତାହାର ଅନ୍ତ୍ର ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ଅନନ୍ତର ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତନିର୍ଭର ଦେଲେ।


ମାତ୍ର ଯେବେ ସେହି ଉପହାର ବଳି ତାହାର ମାନତ ବା ସ୍ଵେଚ୍ଛାଦତ୍ତ ଉପହାର ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।


ଅନନ୍ତର ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।


ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ।


ଇସ୍ରାଏଲ-ସନ୍ତାନଗଣ ସ୍ଵେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।


ପୁଣି ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ଵୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ଵନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।


ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।


ତହୁଁ ବାଲାକ ବିଲୀୟମକୁ କହିଲେ, ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦେବାର ପରମେଶ୍ଵରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।


ଆଉ ଯେବେ ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,


ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ-ବଂଶଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ହୋମ କି ବଳିଦାନ କରେ,


ପୁଣି ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;


ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ଵାର ବରଣ୍ତାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ଯେବେ ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।


କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


କେହି ଯେବେ ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;


ପୁଣି ସେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷ-ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ ଓ ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।


ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁଣ ଏକ ମେଷବତ୍ସ ଉତ୍ସର୍ଗ କରିବ।


ପୁଣି, ତୁମ୍ଭେମାନେ ସେହି ରୋଟୀ ସହିତ ପ୍ରଥମବର୍ଷୀୟ ନିଖୁଣ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲସନ୍ତାନଗଣକୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇନାହିଁ , ଏପରି ଏକ ନିଖୁନ୍ତା ଲାଲି ଗାଭୀକି ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।


ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।


ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;


ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ଛଡ଼ା ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।


ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;


ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।


ଆଉ, ମୋଶା-ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।


Swiv nou:

Piblisite


Piblisite