Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:3 - ପବିତ୍ର ବାଇବଲ (Re-edited) - (BSI)

3 ଏହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣରଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।

Gade chapit la Kopi

ଓଡିଆ ବାଇବେଲ

3 ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।

Gade chapit la Kopi

ପବିତ୍ର ବାଇବଲ

3 ଏହି ଶସ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆଯାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 2:3
17 Referans Kwoze  

ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।


ସେ ଆପଣା ପରମେଶ୍ଵରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ଵଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?


ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ପକ୍ଵ ଯେତେ ଭକ୍ଷ୍ୟ-ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।


ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ଵୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ପୁଣି ସେହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ।


ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।


ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ଵଳିତ ରହିବ।


ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ଵାରା ପ୍ରାୟଶ୍ଚିତ୍ତ କରଇ, ତାହା ତାହାରି ହେବ; ଦୁଇର ବ୍ୟବସ୍ଥା ଏକ।


ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଚଟୁଆ ଓ ଦୋଳନୀୟ ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।


ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର।


ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।


ପୁଣି, ସେ ମୋତେ କହିଲେ, ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି ଓ ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।


Swiv nou:

Piblisite


Piblisite