Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:3 - ପବିତ୍ର ବାଇବଲ (Re-edited) - (BSI)

3 ଯେବେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚଳିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;

Gade chapit la Kopi

ଓଡିଆ ବାଇବେଲ

3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;

Gade chapit la Kopi

ପବିତ୍ର ବାଇବଲ

3 “ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।

Gade chapit la Kopi




ଲେବୀୟ ପୁସ୍ତକ 26:3
19 Referans Kwoze  

ଯେବେ ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ।


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି ଓ ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା,।


ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ତରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,


କାରଣ ଶାନ୍ତିଯୁକ୍ତ ବୀଜ ହେବ; ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶକୁ ଏହି ସମସ୍ତର ଅଧିକାରୀ କରାଇବା।


ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ତାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ଵାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିାଁ, ଏତଦ୍ ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ।


ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।


ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।


ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।


Swiv nou:

Piblisite


Piblisite