Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:3 - ପବିତ୍ର ବାଇବଲ (Re-edited) - (BSI)

3 ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

3 “ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 4:3
32 Referans Kwoze  

ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ।


ପୁଣି ସେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷ-ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ।


ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।


ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,


ପ୍ରଭୁ ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।


ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।


ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି।


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।


ଏଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।


ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।


ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ପୁଣି ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ଵାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର।


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନ; ମୁକ୍ତି ସାଧନ କରିଅଛନ୍ତି।


ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ।


ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂଛାଗ ଉପହାର ଆଣିବ।


ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?


ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।


ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ।


ଆଉ ଯେବେ ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,


ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।


ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,


ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।


ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ଵାର ବରଣ୍ତାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।


Swiv nou:

Piblisite


Piblisite