Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସ ପ୍ରଥମ ଦିନରେ ଇସ୍ରାଏଲର ଲୋକମାନେ ମିଶର ଛାଡ଼ିଲାପରେ, ସଦାପ୍ରଭୁ ସୀନୟ ମରୁଭୂମିରେ ସମାଗମ-ତମ୍ବୁ ମଧ୍ୟରେ ମେଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 1:1
15 Referans Kwoze  

ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।


ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।


ଅନନ୍ତର ସଦାପ୍ରଭୁ ସମାଗମ-ତମ୍ଵୁରୁ ମୋଶାଙ୍କୁ ଡାକି କହିଲେ,


ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।


ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ।


ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ଵିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।


ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।


ସେମାନେ ରଫୀଦୀମଠାରୁଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।


ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;


ସଦାପ୍ରଭୁ ଯେ ଯେ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।


କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟକୁ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।


Swiv nou:

Piblisite


Piblisite