Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:12 - ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।

Gade chapit la Kopi

ପବିତ୍ର ବାଇବଲ

12 ତହୁଁ ଇସ୍ରାଏଲର ଲୋକମାନେ ସୀନୟ ମରୁଭୂମିରୁ ଯାତ୍ରା ଆରମ୍ଭ କଲେ, ପୁଣି ସେହି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।

Gade chapit la Kopi




ଗଣନା ପୁସ୍ତକ 10:12
22 Referans Kwoze  

ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।


ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା।


ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ୍ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ।


ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।


ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।


ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,


ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା। ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ଅନନ୍ତର ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି ଦାଉଦ ଉଠି ପାରଣ୍ ପ୍ରାନ୍ତରକୁ ଗଲେ।


ସେ କହିଲେ, ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।


ଅନନ୍ତର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ।


ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।


ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।


ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।


ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।


Swiv nou:

Piblisite


Piblisite