Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:10 - ପବିତ୍ର ବାଇବଲ (Re-edited) - (BSI)

10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ଵୁ ଦ୍ଵାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ମୋଶା ହିଁ ଅସନ୍ତୁଷ୍ଟ ହେଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଲୋକମାନେ ସମୁଦାୟ ପରିବାର ସହିତ ନିଜ ନିଜ ତମ୍ବୁଦ୍ୱାରା ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। ଆଉ ମଧ୍ୟ ମୋଶା ଅସନ୍ତୁଷ୍ଟ ହେଲେ।

Gade chapit la Kopi




ଗଣନା ପୁସ୍ତକ 11:10
19 Referans Kwoze  

ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;


ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର।


ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା।


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷା; ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ କରିଅଛ, ତାହା ସଦାକାଳ ଜ୍ଵଳିବ।


ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।


ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?


ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ପରମେଶ୍ଵର ଏହା ଶୁଣି କୋପାନ୍ଵିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ଵଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ଵଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ଵଳାଏ।


ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ।


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ଅନନ୍ତର ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ଵଳିତ ହୋଇ ଛାଉଣିର ପ୍ରା; ଭାଗ ଗ୍ରାସ କଲା।


ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ବେଳେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।


ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କିହେତୁ ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କିହେତୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?


ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।


Swiv nou:

Piblisite


Piblisite