Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:16 - ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି ସେମାନଙ୍କୁ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi

ପବିତ୍ର ବାଇବଲ

16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 11:16
14 Referans Kwoze  

ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।


ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନ ବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କୁ ଦର୍ଶନ କଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେସମସ୍ତ ନଗର ଦେବେ, ତହିଁର ଦ୍ଵାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇ ଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।


ଏଥିଉତ୍ତାରେ ସେହି ସତୁରି ଜଣ ବାହୁଡ଼ିଆସି ଆନନ୍ଦରେ କହିଲେ, ପ୍ରଭୋ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପ୍ରେରଣ କଲେ।


ପୁଣି, ସେସବୁର ସମ୍ମୁଖରେ ଇସ୍ରାଏଲ-ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ଵକୁ ଉଠୁଅଛି।


ଅନନ୍ତର ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।


ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣ-ଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।


ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ଵୁର ଚତୁର୍ଦ୍ଦିଗରେ ରଖିଲେ।


ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,


ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ।


Swiv nou:

Piblisite


Piblisite