Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:4 - ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକ-ମାନଙ୍କର ଜନତା ଲୋଭାକ୍ରା; ହେବାକୁ ଲାଗିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?

Gade chapit la Kopi




ଗଣନା ପୁସ୍ତକ 11:4
16 Referans Kwoze  

ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହିସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ଵରୂପ ହୋଇଅଛି।


ପୁଣି ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷଗବାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।


ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ୍ କଲେ।


ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ତି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯେବେ ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ତଳୀକି କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ଵରୂପ କର୍ମ ଦେଖିଲେ ହେଁ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀଶଦ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।


ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଲୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ବେଳେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ଵର, ତାହା ଜାଣିବ।


ପୁଣି ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।


ଏଥିରେ ସମସ୍ତ ମଣ୍ତଳୀ ଉଚ୍ଚସ୍ଵରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।


ପୁଣି ତୁମ୍ଭେମାନେ ତବିୟେରାରେ ଓ ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।


Swiv nou:

Piblisite


Piblisite