Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:2 - ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ !

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!

Gade chapit la Kopi

ପବିତ୍ର ବାଇବଲ

2 ପୁଣି ଇସ୍ରାଏଲ ଲୋକମାନେ ସମସ୍ତେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ ଅଭିଯୋଗ କଲେ, “ଯଦି ଆମ୍ଭେମାନେ ସେହି ମିଶର ଦେଶରେ କିମ୍ବା ମରୁଭୂମିରେ ମରିଯାଇଥା’ନ୍ତୁ, ତେବେ ଭଲ ହୋଇଥା’ନ୍ତା।

Gade chapit la Kopi




ଗଣନା ପୁସ୍ତକ 14:2
31 Referans Kwoze  

ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, ଆମ୍ଭେମାନେ କଅଣ ପିଇବା?


ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ?


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ଵାରା ବିନଷ୍ଟ ହେଲେ , ସେପରି ତୁମ୍ଭେମାନେ ବଚସା କର ନାହିଁ।


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ଵର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳା; ହୋଇ ଆପଣାର ମୃତ୍ୟୁ ପ୍ରାର୍ଥନା କରି କହିଲେ, ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।


ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।


ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ।


ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ଵୁରେ ବଚସା କରି କହିଲ, ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ହେତୁରୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।


ଆଉ ଯେବେ ତୁମ୍ଭେ ମୋʼପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ,ଏକାବେଳେ ମୋତେ ମାରି ପକାଅ; ପୁଣି ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।


ଅନନ୍ତର ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ଵଳିତ ହୋଇ ଛାଉଣିର ପ୍ରା; ଭାଗ ଗ୍ରାସ କଲା।


ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।


ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରୋତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।


ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି?


ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି ଓ ସେ ଖରଭୁଜ ଓ ସେ ପରୁ ଓ ସେ ପିଆଜ ଓ ରସୁଣ (ମନରେ ପଡ଼େ);


ଏଥିରେ ସମସ୍ତ ମଣ୍ତଳୀ ଉଚ୍ଚସ୍ଵରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ଵରୂପ କର୍ମ ଦେଖିଲେ ହେଁ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ।


ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?


ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ପୁଣି ମୋଶାଙ୍କୁ କହିଲେ, ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?


ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।


ଆଉ ସେହି ସ୍ଥାନରେ ମଣ୍ତଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।


ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।


Swiv nou:

Piblisite


Piblisite