Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:8 - ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi

ଓଡିଆ ବାଇବେଲ

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi

ପବିତ୍ର ବାଇବଲ

8 “ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର,

Gade chapit la Kopi




ଗଣନା ପୁସ୍ତକ 15:8
10 Referans Kwoze  

ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।


ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ।


ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର।


ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ।


ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।


ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ଏକ ହିନ୍ର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।


ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।


ଯେବେ ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite