Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:9 - ପବିତ୍ର ବାଇବଲ (Re-edited) - (BSI)

9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।

Gade chapit la Kopi

ଓଡିଆ ବାଇବେଲ

9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।

Gade chapit la Kopi

ପବିତ୍ର ବାଇବଲ

9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଆଣିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:9
18 Referans Kwoze  

ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ ଓ ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହା ବର୍ଷର ପ୍ରତି ମାସର ଅମାବାସ୍ୟାରେ କର୍ତ୍ତବ୍ୟ ମାସିକ ହୋମ ହେବ।


ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ ଓ ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।


ଆଉ ଭକ୍ଷ୍ୟ-ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।


କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।


ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।


ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।


ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।


ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।


ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।


ତହୁଁ ସେ ମୋତେ କହିଲେ, ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।


ଅର୍ଥାତ୍, ଦର୍ଶନୀୟ ରୋଟୀର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।


ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।


ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ।


ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା;


ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ୍ ଦ୍ରାକ୍ଷାରସ ଆଣିବ।


ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା।


Swiv nou:

Piblisite


Piblisite