Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ।

Gade chapit la Kopi




ଗଣନା ପୁସ୍ତକ 18:3
12 Referans Kwoze  

ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ।


ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ।


ଆଉ ଆବାସର ପଟା ଓ ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀ ଓ ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସେବାକାର୍ଯ୍ୟ


ପୁଣି ସିନ୍ଦୁକ ଓ ମେଜ ଓ ଦୀପବୃକ୍ଷ ଓ ଯଜ୍ଞବେଦି ଓ ପବିତ୍ର ସ୍ଥାନର ସେବା ସମ୍ଵନ୍ଧୀୟ ସକଳ ପାତ୍ର ଓ ପରଦା ଓ ତତ୍ସମ୍ଵନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।


ପୁଣି ସମାଗମ-ତମ୍ଵୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ଵୁ, ତହିଁର ଛାତ, ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ।


ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ।


ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ଵୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।


ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ।


ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣା-ମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହିବେ।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।


Swiv nou:

Piblisite


Piblisite