Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:8 - ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ହେତୁରୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।

Gade chapit la Kopi




ଗଣନା ପୁସ୍ତକ 18:8
32 Referans Kwoze  

ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ଵୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।


ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।


ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।


ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ।


ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।


ପୁଣି ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ-ନିଯୋଗ ସମୟରେ ସେମାନେ ତାହା ପରିଧାନ କରିବେ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ଵର, ତୁମ୍ଭର ଈଶ୍ଵର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।”


ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।


ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ ଓ ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ଆପଣା ଆପଣା ମାନତ-ଦ୍ରବ୍ୟ ଓ ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;


ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।


ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ;


ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।


ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ଵୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।


ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦି ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କରେ, ତାହା ତାହାରି ହେବ।


ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,


ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।


ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।


ତହିଁରେ ଅନନ୍ତକାଳୀନ ବିଧି ଦ୍ଵାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର।


ପୁଣି, ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଓ ଦୁଇ ମେଷବତ୍ସ ସହିତ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।


ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।


ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।


ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଓ ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।


Swiv nou:

Piblisite


Piblisite