Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:2 - ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲସନ୍ତାନଗଣକୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇନାହିଁ , ଏପରି ଏକ ନିଖୁନ୍ତା ଲାଲି ଗାଭୀକି ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।

Gade chapit la Kopi

ଓଡିଆ ବାଇବେଲ

2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।

Gade chapit la Kopi

ପବିତ୍ର ବାଇବଲ

2 “ସଦାପ୍ରଭୁ ଏହି ଆଜ୍ଞା ବିଧି ଦେଇ ଅଛନ୍ତି। ଇସ୍ରାଏଲର ଲୋକମାନଙ୍କୁ କୁହ, ଯାହାଠାରେ ଖୁଣ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ଲାଲ ରଙ୍ଗର ଗାଈ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।

Gade chapit la Kopi




ଗଣନା ପୁସ୍ତକ 19:2
21 Referans Kwoze  

ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ;


ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।


ଏହିସମସ୍ତ ପୁଣି ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୌଚକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


କାରଣ ଏହିପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି ଆକାଶମଣ୍ତଳ ଉପରେ ଉଚ୍ଚୀକୃତ।


ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ଵାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;


ତହୁଁ ଯାଜକ ଏରସ କାଠ ଓ ଏସୋବ୍ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।


ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ;


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ।


ଆଉ ଯେବେ ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,


Swiv nou:

Piblisite


Piblisite