Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:2 - ପବିତ୍ର ବାଇବଲ (Re-edited) - (BSI)

2 ଆଉ ସେହି ସ୍ଥାନରେ ମଣ୍ତଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ସ୍ଥାନରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ରିତ ହେଲେ।

Gade chapit la Kopi




ଗଣନା ପୁସ୍ତକ 20:2
14 Referans Kwoze  

ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?


ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଲୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ବେଳେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ଵର, ତାହା ଜାଣିବ।


ପୁଣି ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?


ସେତେବେଳେ ଇସ୍ରାଏଲ-ସନ୍ତାନମାନଙ୍କ ସମସ୍ତ ମଣ୍ତଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।


ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା;


ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ !


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।


Swiv nou:

Piblisite


Piblisite