Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:9 - ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ୟକ୍ତି ସେହି ଖମ୍ବସ୍ଥିତ ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।

Gade chapit la Kopi




ଗଣନା ପୁସ୍ତକ 21:9
13 Referans Kwoze  

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁ ଭୋଗ କଲେ, ପୁଣି ଈଶ୍ଵରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି,।


କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ସେ ଉଚ୍ଚସ୍ଥଳୀସବୁ ଦୂର କରିଦେଲେ ଓ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ-ସର୍ପ ଖଣ୍ତ ଖଣ୍ତ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ଵଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ-ଖଣ୍ତ) ରଖିଲେ।


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ଵକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ଵର, ଆମ୍ଭ ଛଡ଼ା ଦ୍ଵିତୀୟ ନାହିଁ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ।


ସେଥିରେ ତ ଈଶ୍ଵରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ଵାସମୂଳକ ଓ ବିଶ୍ଵାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ”।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ଵରଙ୍କ ପୁତ୍ର ପ୍ରକାଶିତ ହେଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି।


Swiv nou:

Piblisite


Piblisite