Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:11 - ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”

Gade chapit la Kopi

ପବିତ୍ର ବାଇବଲ

11 ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସେମାନଙ୍କର ସଂଖ୍ୟା ଏତେ ଅଧିକ ଯେ ସେମାନେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମୋ’ ତରଫରୁ ସେମାନଙ୍କୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସମର୍ଥ ହେବୁ ଓ ସେମାନଙ୍କୁ ତଡ଼ି ଦେଇ ପାରିବୁ।”

Gade chapit la Kopi




ଗଣନା ପୁସ୍ତକ 22:11
8 Referans Kwoze  

ତହୁଁ ବିଲୀୟମ ପରମେଶ୍ଵରଙ୍କୁ କହିଲା, ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇ ଅଛନ୍ତି;


ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।


ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଶାପ ଦିଅ; ପୁଣି ଆସ, ଇସ୍ରାଏଲକୁ ଅଭିଶପ୍ତ କରସ।


ଏଥିରେ ବାଲାକ ବିଲୀୟମକୁ କହିଲେ, ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।


ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।


ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


ପୁଣି ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


Swiv nou:

Piblisite


Piblisite