Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:12 - ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।”

Gade chapit la Kopi




ଗଣନା ପୁସ୍ତକ 22:12
27 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ଵାରା ସ୍ଵର୍ଗରେ ଆଶୀର୍ବାଦ କରିଅଛନ୍ତି,


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ।


କାରଣ, ଈଶ୍ଵରଙ୍କ ଦାନସମୂହ ଓ ଆହ୍ଵାନ ଅନ୍ୟଥା ହୁଏ ନାହିଁ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ଵାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍‍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।


ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ


ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!


ନିତା; ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ବିଷୟରେ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ଵର କି କର୍ମ କରିଅଛନ୍ତି ! ଣଗୀତ. ୩୧:୧୯; ୪୪:୧


ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା।


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।


ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।


ଏଥିରେ ବିଲୀୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ନାସ୍ତି କରୁଅଛନ୍ତି।


ପରମେଶ୍ଵର ଯାହାକୁ ଶାପ ଦେଇ ନାହାନ୍ତି, ମୁଁ କିରୂପେ ତାହାକୁ ଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିରୂପେ ତାହାକୁ ଅଭିଶପ୍ତ କରିବି?


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଶାପଗ୍ରସ୍ତ ହେଉନ୍ତୁ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।


ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।


ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।


ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ।


Swiv nou:

Piblisite


Piblisite