Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:7 - ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି ସେମାନେ ବିଲୀୟମ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।

Gade chapit la Kopi

ପବିତ୍ର ବାଇବଲ

7 ତହୁଁ ମୋୟାବର ଓ ମିଦିୟନର ପ୍ରାଚୀନବର୍ଗ ଉପହାର ନେଇ ଆସିଲେ। ସେମାନେ ବିଲିୟମ ନିକଟରେ ଉପସ୍ଥିତ ହୋଇ ବାଲାକ ଯାହା କହିଥିଲେ ତାହା କହିଲେ।

Gade chapit la Kopi




ଗଣନା ପୁସ୍ତକ 22:7
15 Referans Kwoze  

ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳହୃଦୟ ଲୋକଙ୍କର ମନ ଭୁଲାନ୍ତି।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ତିଏ ଖଣ୍ତିଏ ରୁଟୀ ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।


ନିତା; ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ବିଷୟରେ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ଵର କି କର୍ମ କରିଅଛନ୍ତି ! ଣଗୀତ. ୩୧:୧୯; ୪୪:୧


ତହୁଁ ସେ ସେମାନଙ୍କୁ କହିଲା, ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି; ତହିଁରେ ମୋୟାବର ଅଧିପତିମାନେ ବିଲୀୟମ ସଙ୍ଗରେ ରହିଲେ।


ଇସ୍ରାଏଲ-ସନ୍ତାନଗଣ ଖଡ଼୍‍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ।


କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ତରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ୍ ନିରୀକ୍ଷଣ କଲା।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି ; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


Swiv nou:

Piblisite


Piblisite