Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:7 - ପବିତ୍ର ବାଇବଲ (Re-edited) - (BSI)

7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କ କଳସରୁ ଜଳ ଉଚ୍ଛୁଳିବ, ସେମାନଙ୍କର ବୀଜ ଅନେକ ଜଳରେ ପଡ଼ିବ, ପୁଣି ସେମାନଙ୍କର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବ, ସେମାନଙ୍କର ରାଜ୍ୟ ଉନ୍ନତ ହେବ।

Gade chapit la Kopi




ଗଣନା ପୁସ୍ତକ 24:7
29 Referans Kwoze  

ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।


ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।


ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ଵର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ପୁଣି, ସେହି ରାଜଗଣର ସମୟରେ ସ୍ଵର୍ଗସ୍ଥ ପରମେଶ୍ଵର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ତ ଖଣ୍ତ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।


ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ଵରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ପ୍ରଭୁଙ୍କର ଧନ୍ୟବାଦ କର।


ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।


ମଧ୍ୟ ଯିରୂଶାଲମରେ ପରାକ୍ରା; ରାଜଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ଵ କଲେ; ଆଉ, ସେମାନଙ୍କୁ କର, ରାଜସ୍ଵ ଓ ମାଶୁଲ ଦିଆଗଲା।


ପୁଣି ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ଵ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ ।


ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।


ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା।


ଅନନ୍ତର ସୋରର ରାଜା ହୀରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୀରମ୍ର ପ୍ରିୟପାତ୍ର ଥିଲେ।


ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା।


ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


Swiv nou:

Piblisite


Piblisite