Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:9 - ପବିତ୍ର ବାଇବଲ (Re-edited) - (BSI)

9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଶାପଗ୍ରସ୍ତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

9 “ଇସ୍ରାଏଲ ବସିପଡ଼ୁଛି ଓ ସିଂହତୁଲ୍ୟ ଶୟନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକେହି ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହେବ। ଯେକେହି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହେବ।”

Gade chapit la Kopi




ଗଣନା ପୁସ୍ତକ 24:9
21 Referans Kwoze  

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।


ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?


ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।


ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ।


ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।


ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;


ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ତାହାକୁ ଯେ ଜଗାଇବ,ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?


ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।


ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।


ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।


କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହିସବୁ ଶାପ ବର୍ତ୍ତାଇବେ।


ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।


ସେହି ସିଂହାସନରେ ଏକ ସ୍ଵର୍ଣ୍ଣମୟ ପାଦପୀଠ ସହିତ ଛଅ ପାବଚ୍ଛ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।


ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା; ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ଭାର୍ଯ୍ୟା ସେରଶ୍ ତାହାକୁ କହିଲେ, ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତା; ପତିତ ହେବ।


Swiv nou:

Piblisite


Piblisite